ଏଫ୍‌ଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା, ପୀଡ଼ିତାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର

Published By : Prameya-News7 Bureau | July 12, 2025 IST

ବାଲେଶ୍ବର: ଏଫ୍‌ଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା। ପୀଡ଼ିତାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ସରକାର ଘୋଷଣା। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଏହା ସହ ମନ୍ତ୍ରୀ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। 

ସୂଚନାଥାଉକି, ଶନିବାର ବାଲେଶ୍ବର ଫକୀରମୋହନ କଲେଜରେ ଜଣେ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ପରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ଶରୀର ପ୍ରାୟ ୯୦ ଭାଗ ଜଳିଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଛାତ୍ରୀ ଜଣକ ଇଣ୍ଟିଗ୍ରେଟେଡ଼ ବିଇଡିର ଦ୍ୱିତୀୟ ବର୍ଷରେ ପାଠ ପଢୁଥିଲେ । ହେଲେ ଏଚଓଡି ସମୀର କୁମାର ସାହୁ ତାଙ୍କୁ କିଛି ଦିନ ଧରି ମାନସିକ ନିର୍ଯାତନା ଦେଉଥିଲେ। ଯାହାକୁ ସହିନପାରି ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି।

ତେବେ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇ ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ସସପେଣ୍ଡ କରାଯାଇଥିବାବେଳେ ଓ ଏଜୁକେସନ ବିଭାଗ HOD ସମୀର ସାହୁଙ୍କୁ ସସ୍‌ପେଣ୍ଡ ସହ ଗିରଫ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.