ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | August 15, 2025 IST

ଭୁବନେଶ୍ୱର ୧୫/୦୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ। ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ସମ୍ବୋଧନ ଦେଇଛନ୍ତି ମୋହନ ମାଝୀ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ସଙ୍ଗଠିତ ଅପରାଧକୁ ଦମନ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ । 

ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ । ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ । ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ । ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର ବୋଲି ସେ କହିଛନ୍ତି ।

ଏହାସହ ସେ କହିଛନ୍ତି ଆଗାମୀ ଦିନରେ ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଏକ ଫାର୍ମା କନ୍‌କ୍ଲେଭ୍‌ କରିବାକୁ ଯାଉଛନ୍ତି ସରକାର । ଦେଶ ବିଦେଶର ପ୍ରମୁଖ ଫାର୍ମା କମ୍ପାନୀ ଆସିବେ । ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗଭର ହେବେ । ଏହାଦ୍ବାରା ଆଗାମୀ ଦିନରେ ଓଡ଼ିଶା ଦେଶର ଫାର୍ମା ହବ ହୋଇପାରିବ । ଏହି କ୍ଷେତ୍ରରେ ଅଢ଼େଇ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟିହେବ । 


 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.