Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ

10/06/2023 at 11:23 AM

ଭୁବନେଶ୍ୱର ୧୦/୦୬: ଆସନ୍ତା ୧୭ ତାରିଖରେ ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଢେଙ୍କାନାଳ ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ସୂଚନା ଦେଲେ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ସୂଚନା ଥାଉକି, ଆସନ୍ତା ୧୭ ତାରିଖରେ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ମହା ଜନସମ୍ପର୍କ ଅଭିଯାନ କରୁଛି ଦଳ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।

   Related Posts