ଭୁବନେଶ୍ବର: ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାର ବିରୋଧ କରି ଜଗା ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ରାଜ୍ୟ ଓଏଏସ ସଂଘ ଆନ୍ଦୋଳନରୁ ହଟିଛି। ଗୁରୁବାର ଜଗା ପ୍ରଧାନଙ୍କ ଗିରଫ ପରେ ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଓଏଏସ ସଂଘ ସଭାପତି।
ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ଯ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି।
ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି। ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ। ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା। ଆଉ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା।