ଭୁବନେଶ୍ୱର ୧୪/୦୮: ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି । ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର । ସେପ୍ଟେମ୍ବର ୩ରେ ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ।
ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜେପିରୁ କିଏ ପ୍ରାର୍ଥୀ ହେବେ? ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ନିକଟରେ ରାଜ୍ୟସଭା ପଦ ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି । ତେଣୁ ସେ ବିଜେପିରୁ ପ୍ରାର୍ଥୀ ହେବାର ସମ୍ଭାବନା ରହିଛି । ବିଧାନସଭାର ସଂଖ୍ୟାଗଣିତକୁ ହିସାବକୁ ନେଲେ ବିଜେପି ଖାତାକୁ ରାଜ୍ୟସଭା ଆସନ ଯିବା ନିଶ୍ଚିତ । ଦଳ ପାଖରେ ସଂଖ୍ୟା ହେଉଛି ୭୮ ।
ଏପରିକି ୩ ସ୍ବାଧୀନ ବିଧାୟକଙ୍କ ସମର୍ଥନ ବିଜେପି ସହ ରହିଛି । ବିଜେଡି ଛାଡି ବିଜେପିରେ ଯୋଗଦେଇଥିବା ମମତା ମହନ୍ତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭାକୁ ପଠାଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ଏହାଛଡା ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନାଁ ବି ଆଗରେ ରହିଛି ।