ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଚାନ୍ଦବାଲି : ଦୁର୍ଘଟଣା ପରେ ଡଙ୍ଗାରୁ ନଦୀକୁ ଖସିପଡିଲେ ୨ ଜଣ, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସୁରକ୍ଷିତ ଉଦ୍ଧାର
  • ||
  • ରାହୁଲ ଗାନ୍ଧିଙ୍କୁ ଝଟକା ।। ରଦ୍ଦ ହେଲା ଲୋକସଭା ସଦସ୍ୟତା
  • ||
  • ସମ୍ବଲପୁର : ସମ୍ବଲପୁରରୁ ନକଲି ମଦ କାରଖାନା ଠାବ, ମଦ ତିଆରି ସାମଗ୍ରୀ ଜବତ
  • ||
  • ଭୁବନ : ମାମୁଁ ଘର ଯିବାବେଳେ ଧକ୍କା ଦେଲା ଟ୍ରକ୍ : ଚାଲିଗଲା ଝିଅର ଜୀବନ, ବାପା ଗୁରୁତର
  • ||
  • ସାନଖେମୁଣ୍ଡି : ମନ୍ଦିର ନିର୍ମାଣରେ ବ୍ୟବହୃତ ଗାଡି ପୋଡିଦେଲେ ଅଜଣା ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ବର : କେଶରୀ ରିୟଲ ଇଷ୍ଟେଟ୍ ଅଫିସରେ ED ରେଡ୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ପୁରୀ : ପୁରୀ ବେଳାଭୂମିରେ ମରିପଡିଛି ଅଲିଭ୍ ରିଡ୍‌ଲେ, ନିକଟରେ ପଡିରହିଛି ଅଣ୍ଡା
  • ||
  • କାମାକ୍ଷାନଗର : ମାରଣାସ୍ତ୍ର ଦେଖାଇ ଲୁଟ୍, ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଲୁଟେରା
  • ||
  • ଯାଜପୁର : ଦୀର୍ଘ ୧୬ ଘଣ୍ଟା ପରେ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ, ଗୁରୁବାରଠୁ ଥିଲେ ନିଖୋଜ
  • ||
  • ଘଟଗାଁ : ଶିକ୍ଷକଙ୍କ ମନମୁଖି କାର୍ଯ୍ୟକୁ ଗ୍ରାମବାସୀଙ୍କ ବିରୋଧ, ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ପାଇଁ ଦାବି
  • ||

ମଧ୍ୟପ୍ରଦେଶରେ ଅଘଟଣ; ନଦୀ ପାର୍ ବେଳେ ଭାସିଗଲେ ୧୭ଜଣ, ୩ ମୃତଦେହ ଉଦ୍ଧାର

18/03/2023 at 3:24 PM

ଭୋପାଲ: ମଧ୍ୟପ୍ରଦେଶ ମୁରୈନା ଜିଲ୍ଲାରେ ଅଘଟଣ।  ଚମ୍ବଲ ନଦୀରେ ୧୭ଜଣ ଶ୍ରଦ୍ଧାଳୁ ଭାସିଯାଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରୁ ୮ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ୩ଜଣଙ୍କ ମୃତ୍ୟୁ ହୋଇଛି । ୪ଜଣ ଏବେବି ନିଖୋଜ ରହିଛନ୍ତି । ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନା ଅନୁଯାୟୀ, ମୁରୈନା ଜିଲ୍ଲାର ଟେଣ୍ଟରା ଥାନା ରାୟଡି-ରୋଧନ ଘାଟରେ ଏହି ଦୁର୍ଘଟଣା ଘଟିଛି। ଚମ୍ବଲ ନଦୀ ପାର୍ ହୋଇଥିବା ବେଳେ ପାଣିର ପ୍ରଖର ସ୍ରୋତରେ କୁଶଓ୍ବାହ ସମ୍ପ୍ରଦାୟର ୧୭ଜଣ ଭାସିଯାଇଥିଲେ । ଏମାନଙ୍କ ମଧ୍ୟରୁ ୮ଜଣ ପହଁରି ପହଁରି କୂଳରେ ଲାଗିଥିଲେ ଏବଂ ୭ ପାଣିରେ ବୁଡ଼ିଯାଇଥିଲେ । ସ୍ଥାନୀୟ ଲୋକ ତୁରନ୍ତ ନିକଟସ୍ଥ ଥାନାକୁ ଜଣାଇଥଲେ । ପୋଲିସ, ଜିଲ୍ଲା ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରେସକ୍ୟୁ କାର୍ଯ୍ୟ ଆରମ୍ଭ କରିଥିଲେ । ୨ ଘଣ୍ଟାର କଠିନ ପରିଶ୍ରମ ପରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ମୃତଦେହ ପାଣିରୁ ଉଦ୍ଧାର କରାଯାଇଛି । ଏବେବି ୪ଜଣ ନିଖୋଜ ରହିଛନ୍ତି, ଅଗ୍ନିଶମ ବାହୀନି ତନତନ କରି ଖୋଜୁଛି ।  

   Related Posts