କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କ ବଦଳି ଦାବି, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

Published By : Prameya-News7 Bureau | August 29, 2022 IST

କେନ୍ଦୁଝର ୨୯।୮: କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ବଦଳି ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଛାତ୍ରଛାତ୍ରୀମାନେ ସହରର କାଳୀ ପଡିଆଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ । ବିକ୍ଷୋଭ ସମୟରେ ଅଧକ୍ଷ ଦୁର୍ନୀତି କରିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଥିଲେ ।

ଛାତ୍ରଛାତ୍ରୀମାନଙ୍କ ଅଭିଯୋଗ ନେଇ ଇଞ୍ଜିନିୟରିଂ କଲେଜର ଅଧ୍ୟକ୍ଷଙ୍କୁ ଯୋଗାଯୋଗ କରିବାରୁ ସେ କିଛି କହିବାକୁ ମନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.