ବିଦ୍ୟାଳୟରେ ଶିକ୍ଷକ ଅଭାବ, ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

Published By : Prameya-News7 Bureau | January 18, 2020 IST

ଆଠଗଡ ୧୮।୧: ଶିକ୍ଷକ ଅଭାବକୁ ନେଇ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକଙ୍କ ଧାରଣା । କଟକ ଜିଲ୍ଲା ନରସିଂହପୁର ବ୍ଲକ୍ ମାଳିସାହି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ନରସିଂହପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬୨ ଜଣ ଛାତ୍ରଛାତ୍ରୀ ପଢୁଥିବା ବେଳେ ଜଣେ ମାତ୍ର ଶିକ୍ଷକ ଗୋଟିଏ କ୍ଲାସରୁମରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ପାଠ ପଢାଉଛନ୍ତି । ଯେଉଁଥି ପାଇଁ ପିଲାଙ୍କ ପାଠ ପଢାରେ ଅନେକ ସମସ୍ୟା ସୃଷ୍ଟି ହେଉଛି ।

{"id":212783,"sizeSlug":"large"}

ଏଭଳି ଶିକ୍ଷାଦାନକୁ ଅଭିଭାବକମାନେ ପ୍ରତିବାଦ କରି ବାରମ୍ବାର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନି । ଫଳରେ ଆଜି ବାଧ୍ୟ ହୋଇ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ଯଦି ଆସନ୍ତା ଦୁଇଦିନ ମଧ୍ୟରେ ଦାବି ପୂରଣ ନହୁଏ ତେବେ ଆଗାମୀ ଦିନରେ ସ୍କୁଲକୁ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଚେତାବନୀ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.