ଏଣିକି ସ୍କୁଲ ଓ କଲେଜରେ ବିପର୍ଯ୍ୟୟ ମୁକାବିଲାର ପାଠ ପଢ଼ିବେ ଛାତ୍ର-ଛାତ୍ରୀ

Published By : Prameya-News7 Bureau | May 29, 2021 IST

ଭୁବନେଶ୍ଵର ୨୯।୦୫:  ନବୀନ ସରକାରଙ୍କ ପଞ୍ଚମ ପାଳିର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ସଂକଳ୍ପ ଗୃହୀତ ହୋଇଛି । ଏଣିକି ସ୍କୁଲ ଓ କଲେଜରେ ବିପର୍ଯ୍ୟୟ ମୁକାବିଲାର ପାଠ ପଢ଼ିବେ ପିଲା ।  ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀ  ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତିକୁ ଏକ ବିଷୟ ଭାବେ ଗ୍ରହଣ କରାଯିବ।  ରାଜ୍ୟର ପ୍ରତ୍ୟେକ ଛାତ୍ରଛାତ୍ରୀ, ପ୍ରତ୍ୟେକ ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟ, ସମସ୍ତେ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀ ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ ବୋଲି କୁହାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଗୁରୁତ୍ବପୂର୍ଣ୍ଣ ସଂକଳ୍ପ ପାରିତ । ଏଣିକି ପିଲାଏ ପିବେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲାର ପାଠ । ନବୀନ ସରକାରଙ୍କ ପଞ୍ଚମ ପାଳିର ଦୁଇବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ପାରିତ ସଂକଳ୍ପରେ ସ୍କୁଲ କଲେଜର ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ପାଇଁ ପ୍ରାକ୍ ପସ୍ତୁତିକୁ ଏକ ବିଷୟ ଭାବେ ଗ୍ରହଣ କରାଯାଇଛି। ରାଜ୍ୟର ପ୍ରତ୍ୟେକ ଛାତ୍ରଛାତ୍ରୀ, ପ୍ରତ୍ୟେକ ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟବୃନ୍ଦ ସମସ୍ତଙ୍କୁ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ ବୋଲି କୁହାଯାଇଛି। ବିପର୍ଯ୍ୟୟର ମୁକାବିଲା କିପରି କରିବାକୁ ହେବ ସେ ବିଷୟରେ ନିରନ୍ତର ଶିକ୍ଷା ଲାଭ କରିବାକୁ ହେବ ଓ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସହିତ ଖାପଖୁଆଇ ଚଳିବା ସଙ୍ଗେ ସଙ୍ଗେ ବ୍ୟବସ୍ଥାର ମଧ୍ୟ ନିରନ୍ତର ଉନ୍ନତି ଆଣିବାକୁ ପଡ଼ିବ। ତେଣୁ ରାଜ୍ୟକୁ ଦକ୍ଷ ଓ ଦୃଢ଼ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । 

ଦୁଇବର୍ଷ ମଧ୍ୟରେ ବାତ୍ୟା ଓ କରୋନା ମହାମାରୀର ବିପର୍ଯ୍ୟୟକାରୀ ପ୍ରଭାବର ଓଡ଼ିଶା ସମ୍ମୁଖୀନ ହୋଇଛି । ସମଗ୍ର ବିଶ୍ବରେ ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ଭାବେ ସ୍ଵିକୃତୀଲାଭ କରିଥିବା ଓଡ଼ିଶା ଏ କ୍ଷେତ୍ରରେ ତା’ର ମାନବୀୟ ଦୃଷ୍ଟିଭଙ୍ଗୀ ଓ ଦକ୍ଷତା ପାଇଁ ସୁନାମ ଅର୍ଜନ କରିପାରିଛି ବୋଲି କହିଛନ୍ତି ନବୀନ ।ଏହାକୁ ଏକ ଐତିହାସିକ ପଦକ୍ଷେପ ବୋଲି କହିବା ସହ ଭବିଷ୍ୟତରେ ପ୍ରକୃତିର ତାଣ୍ଡବ, ଜୈବିକ ହେଉ ବା ଜଳବାୟୁଜନିତ, ତା’ର ସମ୍ମୁଖୀନ ହେବାକୁ ଭବିଷ୍ୟତ ବଂଶଧରମାନଙ୍କୁ ଏହା ଦକ୍ଷ ଓ ସଶକ୍ତ କରିବ । ଏହି ପଦକ୍ଷେପ ଦ୍ବାରା ଓଡ଼ିଶା ଲୋକଙ୍କ ଜୀବନ ରକ୍ଷା କ୍ଷେତ୍ରରେ ମଧ୍ୟ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବିପର୍ଯ୍ୟୟ ପରିଚାଳନାରେ  ଗୋଷ୍ଠୀ  ସଚେତନତା ହିଁ ସବୁଠୁ ଗୁରୁତ୍ବପୂର୍ଣ୍ଣ । ଏହା ହେଉଛି ଆମର ଉପଲବ୍ଧି । ଯେତେବେଳେ ସରକାର ଗୋଟିଏ ପରେ ଗୋଟିଏ ସଂକଟର ମୁକାବିଲା କରିଚାଲିଛନ୍ତି, ସେତେବେଳେ କିନ୍ତୁ ଲୋକଙ୍କୁ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲି ଯାଇ ନାହୁଁ ବୋଲି ମଧ୍ୟ କହିଛନ୍ତି ନବୀନ। ସରକାରଙ୍କ ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ଜୀବନରେ ଆଖି ଦୃଶିଆ ପରିବର୍ତନ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଓ ଏହି ଲକ୍ଷ୍ୟ ପୂରଣ ଦିଗରେ ନିରନ୍ତର କାମ କରିଚାଲିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.