ବାଲେଶ୍ବର ୧୩।୭: ବାଲେଶ୍ବର ଫକୀରମୋହନ କଲେଜରେ ଇଣ୍ଟିଗ୍ରେଟେଡ଼ ବିଇଡି ପଢ଼ୁଥିବା ଭୋଗରାଇ ଅଞ୍ଚଳର ଛାତ୍ରୀଙ୍କୁ ଏଚଓଡି ସମୀର କୁମାର ସାହୁ ଦୁର୍ବ୍ୟବହାର କରିବା ଓ ମାନସିକ ନିର୍ଯାତନା ଦେବାଭଳି ଅଭିଯୋଗ କରିଥିଲେ । ଏହାର ପ୍ରତିବାଦ କରି ନ୍ୟାୟ ଦାବି କରୁଥିଲେ ଛାତ୍ରୀ । କଲେଜରେ ଛାତ୍ରୀ ଜଣକ ପ୍ରିନ୍ସପାଲ ଚ୍ୟାମ୍ବରକୁ ଯାଇ ନ୍ୟାୟ ପାଇ ଶେଷରେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି । ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ଗୁରୁତର ଛାତ୍ରୀଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଛାତ୍ରୀକୁ ବଞ୍ଚାଇବାକୁ ଯାଇ ଅନ୍ୟ ଛାତ୍ର ମଧ୍ୟ ଗୁରତର ହୋଇଛନ୍ତି । ତାଙ୍କୁ ମଧ୍ୟ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଏହି ଘଟଣା ନେଇ ଫକୀରମୋହନ ମହାବିଦ୍ୟାଳୟରେ ଉତ୍ତେଜନା ଦେଖାଦେଇଥିଲା । ତେବେ ରବିବାର ଛାତ୍ରୀଙ୍କର ଶୁଭମନାସି ମନ୍ଦିରରେ ୧୦୮ ଦୀପ ଦାନକରି ପୂଜାର୍ଚ୍ଚନା କରିଛନ୍ତି ଛାତ୍ରଛାତ୍ରୀ । ମନ୍ଦିରରେ ଦୀପ ଜାଳି ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଫକୀରମୋହନ କଲେଜ ପରିସରରେ ଘଟିଥିଲା ଛାତିଥରା ଦୃଶ୍ୟ । ଭୋଗରାଇ ଅଞ୍ଚଳର ଛାତ୍ରୀ ଇଣ୍ଟିଗ୍ରେଟେଡ଼ ବିଇଡିର ଦ୍ୱିତୀୟ ବର୍ଷରେ ପାଠ ପଢୁଥିଲେ । ହେଲେ ଏଚଓଡ଼ି ସମୀର କୁମାର ସାହୁ ତାଙ୍କୁ କିଛି ଦିନ ଧରି ମାନସିକ ନିର୍ଯାତନା ଦେଉଥିଲେ । ତାଙ୍କୁ ଫେବର ମାଗିବା ଭଳି ଛାତ୍ରୀ ଜଣକ ପୂର୍ବରୁ ଅଭିଯୋଗ ଆଣି ନ୍ୟାୟ ମାଗିଥିଲେ । ଏପରିକି ପ୍ରିନ୍ସିପାଲଙ୍କ ଠାରେ ଫେରାଦ ହୋଇଥିଲେ । ପରେ ତାଙ୍କୁ ଏଚ୍ଓଡ଼ି ଫେଲ୍ କରାଇ ଦେବାକୁ ଧମକ ଚମକ ଦେଇଥିଲେ ।
ପରେ ଛାତ୍ରୀ ଜଣକ ମାନସିକ ଭାରସାମ୍ୟ ହରାଇ ଶେଷଥର ପାଇଁ ନ୍ୟାୟ ମାଗିବାକୁ ଆସିଥିଲେ । କିଏ ଜାଣିଥିଲା ନ୍ୟାୟ ମିଳିବା ବିଳମ୍ବ ହେଲେ ସେ ଆତ୍ମହତ୍ୟା କରିବେ ବୋଲି । ପ୍ରିନ୍ସିପାଲଙ୍କ ଚାମ୍ବରକୁ ଯିବାର ୧୦ ମିନିଟ୍ ପରେ ବାହାରକୁ ଆସି ଆଣିଥିବା ପେଟ୍ରୋଲକୁ ଦେହରେ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଜଳି ଜଳି ଦୌଡୁଥିବାର ଦୃଶ୍ୟ ବେଶ ହୃଦୟବିଦାରକ ଥିଲା । ତାଙ୍କୁ ବଞ୍ଚାଇବାକୁ ଯାଇ ଜଣେ ଛାତ୍ର ମଧ୍ୟ ଗୁରୁତର ହୋଇଥିଲେ । ଏହା ସିସିଟିଭିରେ କଏଦ ମଧ୍ୟ ହୋଇଛି ।
ତେବେ ଗୁରୁତର ଛାତ୍ରୀ ଜଣକ ବାଲେଶ୍ୱର ହସ୍ପିଟାଲ ଯିବାପରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ଏମ୍ସ ସ୍ଥାନାନ୍ତର ହୋଇଥିଲେ । ପରେ କଲେଜ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ପ୍ରିନ୍ସିପାଲଙ୍କୁ ଘେରିଥିଲେ ଛାତ୍ରଛାତ୍ରୀ । ତେବେ ଆଇନ ଶୃଙ୍ଖଳା ପାଇଁ କଲେଜ ପରିସରରେ ବ୍ୟାପକ ପୋଲିସ ମୁତୟନ ହୋଇଥିବାବେଳେ ଏସ୍ପି ଓ ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ କରିଥିଲେ ।
You Can Read:
ଆତ୍ମାହୂତୀ ଉଦ୍ୟମ କରିଥିବା ଛାତ୍ରୀ ଏବେ ବି ଭେଣ୍ଟିଲେଟରରେ, ପ୍ରଭାବିତ ହୋଇଛି କିଡ଼ନୀ