ଭୁବନେଶ୍ୱର ୦୧।୦୯ : ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ‘ସୁଭଦ୍ରା’ ଯୋଜନା ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ରବିବାର ଠାରୁ ଏହି ଫର୍ମ ଉପଲବ୍ଧ ହେବା ସହ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବା ମାଗଣା ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ମିଳିବ । ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ । ଏହି ଯୋଜନା ନେଇ କୌଣସି ବିଭ୍ରାନ୍ତିକର ଖବର ଦ୍ୱାରା ପ୍ରଭାବିତ ନ ହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ତେବେ ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୟୁଟ୍ୟୁବ୍ରେ ଲାଇଭ୍ ଆସି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଆଲୋଚନା ସହ ଜରୁରି ସୂଚନା ଦେଇଛନ୍ତି ।
ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବାକୁ ସରକାର "ସୁଭଦ୍ରା' ଯୋଜନା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇସାରିଛି । ଏଥିରେ ପ୍ରାୟ ୧ କାଟିରୁ ଊଦ୍ଧ୍ୱର୍ ମହିଳା ଉପକୃତ ହୋଇପାରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ।