ଇଡିରେ ସୁଜାତା ପାଣିଗ୍ରାହୀ, ଅଭୟ ପାଠକଙ୍କ ଆର୍ଥିକ କାରବାର ମାମଲାରେ ହାଜର

Published By : Prameya-News7 Bureau | October 19, 2022 IST

ଭୁବନେଶ୍ବର ୧୯।୧୦ : ଇଡିରେ ହାଜର ହେଲେ ସୁଜାତା ପାଣିଗ୍ରାହୀ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ।  ପୂର୍ବତନ IFS ଅଭୟ ପାଠକଙ୍କ ଆର୍ଥିକ କାରବାର ମାମଲାରେ ହାଜର ହେଲେ ସୁଜାତା।

ସେହିପରି ମଙ୍ଗଳବାର  ପ୍ରଦୀପଙ୍କ ଝିଅ ଶ୍ରୁତି ପାଣିଗ୍ରାହୀଙ୍କୁ  ଜେରା କରିଥିଲା ଇଡି । ଦିନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରୁତିଙ୍କୁ ଜେରା କରାଯାଇଥିଲା । ଟାଟା କମ୍ପାନୀରେ ଚାକିରି କରାଇ ଦେବାକୁ କହି ଅଭୟ ପାଠକଙ୍କ ପୁଅ ଆକାଶ ପାଠକ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା । ଆକାଶ ପାଠକଙ୍କ ଆକାଉଣ୍ଟକୁ ଯାଇଥିବା ଟଙ୍କା ନେଇ ଜେରା କରିବ ଇଡି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.