ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

Published By : Prameya-News7 Bureau | November 28, 2020 IST

ଭୁବନେଶ୍ୱର ୨୮/୧୧: ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭରସିଟି ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ନିୟମିତ ଭାବେ ଲିଭର ପ୍ରତ୍ୟାରୋପଣ ନେଇ ଶନିବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି ।

{"id":363313,"sizeSlug":"large"}

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କ ଉପସ୍ଥିତିରେ ଏଆଇଜିର ଲିଭର ପ୍ରତ୍ୟାରୋପଣ ନିର୍ଦେଶକ ଡାକ୍ତର ପି ବାଲଚନ୍ଦ୍ରନ ଓ ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେନଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଥିଲେ ।


ଏହି ଅବସରରେ ଏଆଇଜି ର ଉପ ସଭାପତି ସନ୍ତୋଷ କୁମାର ସାହୁ, ଏଆଇଜି ପକ୍ଷରୁ ଡାକ୍ତର ଜି.ଭି. ପ୍ରେମକୁମାର, ଡାକ୍ତର ଶକ୍ତି ସ୍ୱରୂପ ଓ ଡାକ୍ତର କ୍ରିଷ୍ଣା ଚୈତନ୍ୟ ଉପସ୍ଥିତ ଥିବାବେଳେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଗ୍ୟାଷ୍ଟ୍ରୋଏନଟେରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ମନୋଜ କୁମାର ସାହୁ ଏବଂ ଅନ୍ୟ ଡାକ୍ତର ଓ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଗତ ମାର୍ଚ୍ଚ ମାସରେ ଓଡିଶାରେ ପ୍ରଥମଥର ନିମନ୍ତେ ଆଇଏମଏସ ଓ ସମ ହସ୍ପିଟାଲରେ ସଫଳତାର ସହ ପ୍ରଥମ ଲିଭର ପ୍ରତ୍ୟାରୋପଣ ସମ୍ପନ୍ନ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.