ପୁରୀ ୦୨।୧୦ : ଆଜି ପବିତ୍ର ଦଶହରା ବା ବିଜୟା ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ।

ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି। ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ବିସର୍ଜନ ଅନୁଷ୍ଠିତ ହେବ।