ସୁନ୍ଦରଗଡ଼: ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ସୁନ୍ଦରଗଡ ଜିଲ୍ଲା ଲେଫ୍ରିପଡ଼ା ଥାନା ଛଟେନପାଲି ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଲେଫ୍ରିପଡ଼ା ଥାନା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ଦୁଇ ଏବଂ ଆହତଙ୍କ ପରିଚୟ ମିଳିପାରି ନାହିଁ ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ସୂଚନା ଅନୁସାରେ ଏକ ବାଇକରେ ତିନିଜଣ ଯୁବକ ଯାଉଥିବା ବେଳେ ଛଟେନପାଲି ନିକଟରେ ସାମ୍ନାରୁ ଆସୁଥିବା ଲେଫ୍ରିପଡ଼ା ଥାନାର ପୋଲିସ ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋରରେ ଥିଲା ଯେ ତିନିଜଣ ଯାକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ସହ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି ।