News7 Logo

ଶ୍ରୀନଅରରେ ପାଳିତ ସୁନିଆଁ ଉତ୍ସବ, ମହାରାଜା ଦିବ୍ୟସିଂହ ଦେବଙ୍କ ୬୯ ଅଙ୍କରେ ପ୍ରବେଶ

NEWS7
sunia utsav

ପୁରୀ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୩ ସାଲ ୬୯ ଅଙ୍କର ପ୍ରବେଶ। ଆଜି ସନ୍ଧ୍ୟାରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶ୍ରୀନରରେ ପାଳିତ ହୋଇଛି ସୁନିଆଁ ଉତ୍ସବ। ଜାତକ ଓ ପାଞ୍ଜି ଅଙ୍କ ଗଣନାର ବିଶେଷ ମହତ୍ତ୍ଵ ରହିଥିବା ବେଳେ ସୁନିଆଁ ଅବସରରେ ଶ୍ରୀନର ପ୍ରାଙ୍ଗଣରେ ଥିବା କନକଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ , ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଥିଲା। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହରକରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥିଲେ। ଏହି ଉତ୍ସବରେ ମଠାଧୀଶ, ଗବେଷକ, ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ଛତିଶା ନିଯୋଗର ମହାନାୟକ, ପରିଚାଳନା କମିଟି ସଦସ୍ୟ ମାନେ ସାମିଲ୍ ହୋଇଥିଲେ।