ଖୋର୍ଦ୍ଧା ୭।୨: ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଯୋଗାଣ ନିରୀକ୍ଷକ ଗିରଫ । ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରୀ ଜଣେ ଡିଲରଙ୍କଠାରୁ କିରୋସିନ ଉଠାଣ ପାଇଁ ଅନୁମତି ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ।
{"id":221187,"sizeSlug":"large"}ସୂଚନାଯୋଗ୍ୟ ଯେ, ପଲ୍ଲା ଅଂଚଳର ଡିଲର ଅମ୍ବିକା ପ୍ରଶାଦ ଦାସ ପ୍ରାୟ ୧୬ଜଣ କଣ୍ଟ୍ରୋଲ ଡିଲରଙ୍କ ଠାରୁ ୨୦ହଜାର ଟଙ୍କା ନେଉଥିଲେ ଯୋଗାଣ ନିରୀକ୍ଷକ । ଟଙ୍କା ଦେଉଥିବା ବେଳେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଖୋର୍ଦ୍ଧା, ନୟାଗଡ, ଭୁବନେଶ୍ବର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲା । ଘଟଣାସ୍ଥଳରୁ ଯୋଗାଣ ନିରୀକ୍ଷକଙ୍କୁ ଗିରଫ କରିବା ସହ ତାଙ୍କଠାରୁ ନଗଦ ଟଙ୍କା ଜବତ କରାଯାଇଛି ।
{"id":221188,"sizeSlug":"large"}ଏହିପରି ପ୍ରତି ମାସରେ କିରୋସିନ ଉଠାଣ ଅନୁମତି ପାଇଁ ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ସେହିପରି ମାର୍ଶାଲିନଙ୍କ ଡୁମୁଡୁମା ସ୍ଥିତ ବାସଭବନ ରେଡ଼ ମଧ୍ୟ କରିଥିଲା ଭିଜିଲାନ୍ସ ।