oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଜାହାଙ୍ଗୀରପୁରୀରେ ବୁଲଡୋଜର ବୁଲିବା ଘଟଣା : ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

21/04/2022 at 7:49 AM

ନୂଆଦିଲ୍ଲୀ ୨୧/୦୪:    ଦିଲ୍ଲୀ ଜାହାଙ୍ଗୀରପୁରୀ ଅଞ୍ଚଳରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ନେଇ ଆଜି ସୁପ୍ରିମକୋର୍ଟରେ ହବେ ଶୁଣାଣି । ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ବିଚାରପତି ନାଗେଶ୍ୱର ରାଓ ଏବଂ ବିଚାରପତି ବି ଆର ଗବଇଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

ଜମୀୟତ-ଉଲେମା-ଏ-ହିନ୍ଦ ଏମସିଡିର ବୁଲଡୋଜର କାର୍ଯ୍ୟାନୁଷ୍ଠ ବିରୋଧରେ ସୁପ୍ରିମକୋର୍ଟଙ୍କ ନିକଟରେ ୨ଟି ଆବେଦନ ଦାଖଲ କରିଛି । ପ୍ରଥମ ଆବେଦନରେ ବିନା ନୋଟିସରେ ବୁଲଡୋଜର ଚଳାଇ ସ୍ଥାନୀୟ ଲୋକଙ୍କୁ ତାଙ୍କର ଅଧିକାରରୁ ବଂଚିତ କରାଯାଇଥିବା କଥା କହିଛି । ଅନ୍ୟ ଆବେଦନରେ ଦେଶର କୌଣସି ରାଜ୍ୟରେ କିଛି ଅଭିଯୋଗରେ ଅଚାନକ ବୁଲଡୋଜର ଚଳାଇବା ଉପରେ ରୋକ ଲାଗାଇବା ଆଦେଶ ଦେବାକୁ ଗୁହାରୀ କରାଯାଇଛି ।

ସୂଚନାଯୋଗ୍ୟ, ହନୁମାନ ଜୟନ୍ତୀ ଅବସରରେ ବାହାରିଥିବା ଶୋଭାଯାତ୍ରା ଉପରେ ଦୁର୍ବୃତ୍ତମାନେ ଅତର୍କିତ ଭାବେ ପଥରମାଡ଼ କରିଥିଲେ । ଏହାର ଘଣ୍ଟାକ ପରେ ସେଠାରେ ଉତ୍ତେଜନା ଦେଖାଯାଇଥିଲା । ପଥରମାଡ଼ ସହିତ ଖଣ୍ଡା ବୁଲିଥିଲା । ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସକୁ ମଧ୍ୟ ଦୁର୍ବୃତ୍ତମାନେ ଛାଡ଼ି ନଥିଲେ, ଯେଉଁଥି ପାଇଁ ୬ ଜଣ ପୋଲିସ କର୍ମୀ ଆହତ ହୋଇଥିଲେ ।

ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ସିସିଟିଭି ଫୁଟେଜ ଯାଞ୍ଚ କରୁଛି । ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ନେଇ ପୋଲିସ ବିଭିନ୍ନ ଅପରାଧିକ ଧାରା ଅନୁସାରେ ମାମଲା ରୁଜୁ କରିଛି । ଏପର୍ଯ୍ୟନ୍ତ ୨୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସ ଦଂଗା, ସରକାରୀ କାମରେ ବାଧା ପକାଇବା, ସଂପତ୍ତି କ୍ଷତି କରିବା ସମେତ ଅନ୍ୟ ଧାରାରେ ମାମଲା ରୁଜୁ କରିଛି । ଆହତ ପୋଲିସ କର୍ମୀଙ୍କର ମଧ୍ୟ ବୟାନ ରେକର୍ଡ କରାଯିବ ।

   Related Posts