ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ପ୍ରସଙ୍ଗ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଘଂନ ନେଇ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସିକୁ ୟୁଜିସିର ପତ୍ର

26/05/2022 at 10:13 AM

ନୂଆଦିଲ୍ଲୀ ୨୬/୦୫: ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ– ୨୦୨୦ ଉପରେ ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ପ୍ରସଙ୍ଗରେ ୟୁନିଭରସିଟି ଗ୍ରାଣ୍ଟ କମିଶନ (ୟୁଜିସି) ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ପତ୍ର ଲେଖିଛନ୍ତି । ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ ।

କିନ୍ତୁ ମାନବ୍ୟର ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଉଲ୍ଲଂଘନ କରୁଥିବା ନେଇ ୟୁଜିସି ପତ୍ରରେ ଉଲ୍ଲେଖ କରିଛି । ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ଲେଖିଥିବା ପୃଥକ ପୃଥକ ପତ୍ରରେ ଉଲ୍ଲେଖ କରିଛି ଯେ ମଇ ୨୩ ତାରିଖରେ ଓପିଏସସି ସାମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ।

ମାନ୍ୟବର ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ଏସଏଲପି ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡ(ଏସଏସବି)ର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ କରୁଅଛି ।

ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରୁହନ୍ତୁ । ନଚେତ୍ ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ପତ୍ରରେ ତାଗିଦ୍ କରିଛି ।

   Related Posts