କେବଳ ସେନା ଓ ସରକାର ପ୍ରସ୍ତୁତ ହେଲେ ଚାଲିବ ନାହିଁ, ସାଧାରଣ ଜନତା ମଧ୍ୟ ପ୍ରସ୍ତୁତ ହେବା ଉଚିତ : ସୁରେଶ ପୂଜାରୀ

Published By : Prameya-News7 Bureau | May 06, 2025 IST

ଭୁବନେଶ୍ବର ୬।ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ବୁଧବାର ହେବାକୁ ଥିବା ମକ୍ ଡ୍ରିଲ୍ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ବୁଧବାର ୧୨ଟି ସ୍ଥାନରେ ମକ୍ ଡ୍ରିଲ୍ ହେବା ପରେ ଆଗକୁ ଗାଁରେ ବି ହେବ ମକ୍ ଡ୍ରିଲ୍ । ଯୁଦ୍ଧ ସମୟରେ କ’ଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ । କେବଳ ସେନା ଓ ସରକାର ପ୍ରସ୍ତୁତ ହେଲେ ଚାଲିବ ନାହିଁ, ସାଧାରଣ ଜନତା ମଧ୍ୟ ପ୍ରସ୍ତୁତ ହେବା ଉଚିତ । ଓଡ୍ରାଫ, ଅଗ୍ନିଶମ, ଓଡ଼ିଶା ପୋଲିସ, ଅର୍ଦ୍ଧସାମରିକ ବାହିନୀଙ୍କ ମକ୍ ଡ୍ରିଲ୍‌ରେ ଭୂମିକା ରହିବ । ଜନସାଧାରଣ ଭୟଭୀତ ହେବାର କୌଣସି କାରଣ ନାହିଁ, ଏଭଳି ପରିସ୍ଥିତିରେ ଆମକୁ ସଜାଗ ରହିବା ସହ ସାମ୍ନା କରିବାକୁ ପଡ଼ିବ । 

ଆଗକୁ ଗାଁରେ ବି ହେବ ମକ୍ ଡ୍ରିଲ୍ । ଯୁଦ୍ଧ ସମୟରେ କ’ଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ । କୌଣସି ପରିସ୍ଥିତି ସୃଷ୍ଟି ହେଲେ ସାମ୍ନା କରିବା ପାଇଁ ପୂର୍ବ ପ୍ରସ୍ତୁତି ଆବଶ୍ୟକ । ଭାରତ ଓ ପାକିସ୍ତାନ ମଧ୍ୟରେ ଯେଉଁ ଉତ୍ତେଜନା ସୃଷ୍ଟି ହୋଇଛି, କେତେବେଳେ କ’ଣ ହେବ କିଛି କହିହେବନି । ଏବେ ପାକିସ୍ତାନରେ ହାହାକାର । କେବଳ ଭାରତ ନୁହେଁ ଆମେରିକା ଭଳି ଦେଶ ମଧ୍ୟ ପୂର୍ବରୁ ଆତଙ୍କବାଦୀ ଆକ୍ରମଣର ସାମ୍ନା କରିଛି ବୋଲି ସୁରେଶ ପୂଜାରୀ କହିଛନ୍ତି ।

You Can Read:

ଗୁଡ୍‌ ବୁକ୍‌ରେ ଥିବା ଲୋକ କମିଟିରେ ରୁହନ୍ତି, ସମସ୍ତେ କ’ଣ ଗୁଡ୍‌ ବୁକ୍‌ରେ ରହିପାରନ୍ତି କି ? : ବଦ୍ରି ପାତ୍ର

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.