Live Live
LIVE

ଯୁଦ୍ଧ ପ୍ରଭାବିତ ଦେଶରେ ଫସିଛନ୍ତି ଅନେକ ଓଡ଼ିଆ: ଫେରାଇ ଆଣିବାକୁ ସରକାରଙ୍କୁ ନବୀନଙ୍କ ନିବେଦନ

NEWS7
suspect-delmicron-variant-spreading-in-usa-and-europe-said-media-reports-new

ଭୁବନେଶ୍ୱର ୧୦/୦୩: ଯୁଦ୍ଧ ପ୍ରଭାବିତ ଦେଶରେ ଫସିଥିବା ଓଡ଼ିଆ ମାନଙ୍କୁ ଫେରାଇ ଆଣିବାକୁ ନବୀନ କଲେ ନିବେଦନ । କହିଲେ, ମଧ୍ୟପ୍ରାଚ୍ୟ ଦେଶ ଗୁଡିକରେ ଲକ୍ଷ ଲକ୍ଷ ଓଡ଼ିଆ ଲୋକ ଫସି ରହିଛନ୍ତି । ତେଣୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅନୁରୋଧ ସେମାନଙ୍କୁ ଘରକୁ ଫେରାଇ ଆଣିବା ପାଇଁ ପଦକ୍ଷେପ ନିଅନ୍ତୁ ।

ନବୀନ କହିଛନ୍ତି ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷର ପ୍ରଭାବ ସମଗ୍ର ଦୁନିଆରେ ପଡ଼ିଛି। ବିଶେଷ କରି ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକରେ ଫସି ରହିଛନ୍ତି ବହୁ ଭାରତୀୟ । ସେଥିରେ ଅନେକ ଓଡ଼ିଆ ମଧ୍ୟ ସାମିଲ୍ ଅଛନ୍ତି । ଫସିଥିବା ଓଡ଼ିଆଙ୍କୁ କେମିତି ସ୍ଵଦେଶ ଫେରାଇ ଅଣାଯିବ ସେ ନେଇ ପଦକ୍ଷେପ ନେବାକୁ ତଥା କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ସେ କହିଛନ୍ତି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଓଡିଶାର ଅନେକ ଲୋକ ଫସି ରହିଛନ୍ତି । ଯେଉଁଥିରେ ପ୍ରବାସୀ ଶ୍ରମିକ, ବୃତ୍ତିଗତ, ଛାତ୍ର, ପର୍ଯ୍ୟଟକ ସାମିଲ ଅଛନ୍ତି। ବିମାନ ଯୋଗାଯୋଗ ବିଚ୍ଛିନ୍ନ ହେବା ସହିତ ଅନେକ ଲୋକ ଗୁରୁତର ଅନିଶ୍ଚିତତାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କର ସୁରକ୍ଷା ଏବଂ କଲ୍ୟାଣ ବିପଦରେ ଅଛି । ସେମାନେ ଜରୁରୀ ସହାୟତା ପାଇଁ ଦେଶକୁ ଚାହିଁ ରହିଛନ୍ତି।