ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବଙ୍କ ସହ ଆଲୋଚନା କଲେ ଷ୍ଟାଲିନ୍

Published By : Prameya-News7 Bureau | June 03, 2023 IST

ଭୁବନେଶ୍ୱର ୦୩/୦୬: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ତଥ୍ୟ ନେଇଛନ୍ତି । ମୃତକଙ୍କ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି ଷ୍ଟାଲିନ୍ ।

wp:embed {"url":"https://www.prameyanews7.com/cm-naveen-patnaik-thanks-to-local-people-for-rescue-operation/","type":"wp-embed","providerNameSlug":"prameya-news-7"}
https://www.prameyanews7.com/cm-naveen-patnaik-thanks-to-local-people-for-rescue-operation/
/wp:embed

ଟ୍ରେନ୍ ଦୁର୍ଘଟଣା ଯୋଗୁଁ ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧିଙ୍କ ଜନ୍ମଶତବାର୍ଷିକୀ ପାଳନ କାର୍ଯ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି । କେବଳ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ କାଲାଇଗ୍ନାର ପ୍ରତିମୂର୍ତ୍ତି ଏବଂ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାକୁ ବାଦ ଦେଇ ବାକି ସବୁ କାର୍ଯ୍ୟକ୍ରମ ବାତିଲ କରାଯାଇଛି ।

wp:html /wp:html

ବାହାନଗା ଟ୍ରେନ ଟ୍ରାଜେଡିରେ ଏବେ ପର୍ଯ୍ୟ ୨୩୮ ଜଣଙ୍କର ମୃତ୍ୟୁ ହେଲାଣି । ଏନେଇ ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢିପାରେ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ଟ୍ରେନ ଦୁର୍ଘଟଣା ହେବା ପରେ ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ୟ୍ୟ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.