କଟକ ୨୭।୧୧: ରାଜ୍ୟ ସରକାରଙ୍କୁ ଝଟ୍‌କା । ଶିକ୍ଷକ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟ୍‌କା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ ।

ଖବର ଅନୁଯାୟୀ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଲାଗିଛି ଝଟ୍‌କା । ୧୫ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଯାହାକୁ ନେଇ ହାଇକୋର୍ଟରେ ହୋଇଥିଲା ମାମଲା । ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ଆଉ ଏବେ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ନାପସନ୍ଦ କରିଛନ୍ତି ହାଇକୋର୍ଟ।