ଆୟରଲାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷିତ, ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ

Published By : Prameya-News7 Bureau | June 15, 2022 IST

ନୂଆଦିଲ୍ଲୀ: ଆୟରଲାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାତୀୟ ଚୟନକର୍ତ୍ତା ୧୭ ଜଣିଆ ଦଳ ଘୋଷଣା କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ କରାଯାଇଥିବା ବେଳେ ଭୁବନେଶ୍ଵର କୁମାରଙ୍କୁ ଦଳର ଉପ ଅଧିନାୟକ ଦାୟିତ୍ଵ ଦିଆଯାଇଛି। ଏହି ସିରିଜରେ ଋଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ଦଳକୁ ସୂର୍ଯ୍ୟକୁମାର ଯାଦବଙ୍କ ପ୍ରତ୍ୟାବର୍ତ୍ତନ ଘଟିଛି।

ଆୟରଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ୍ ଦଳ ଘରୋଇ ଦଳ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟି-୨୦ ମ୍ୟାଚ୍ ଖେଳିବ। ଏହି ମ୍ୟାଚ୍ ଜୁନ ୨୬ ଏବଂ ଜୁନ ୨୮ରେ ଖେଳାଯିବ। ଉକ୍ତ ସିରିଜରୁ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯାଇଛି। ଭାରତୀୟ ସମୟ ଅନୁସାରେ ଏହି ମ୍ୟାଚ୍ ରାତି ୯ଟାରେ ଖେଳାଯିବ।

wp:html /wp:html

ଭାରତୀୟ ଦଳ

ହାର୍ଦ୍ଦିକ ପାଣ୍ଡ୍ୟା(ଅଧିନାୟକ), ଭୁବନେଶ୍ଵର କୁମାର(ଉପ ଅଧିନାୟକ), ଇଶାନ କିଷନ, ଋତୁରାଜ ଗାଏକଓ୍ଵାଡ, ସଞ୍ଜୁ ସାମସନ, ସୂର୍ଯ୍ୟକୁମାର ଯାଦବ, ଭେଙ୍କଟେଶ ଆୟର, ଦୀପକ ହୁଡ୍ଡା, ରାହୁଲ ତ୍ରିପାଠୀ, ଦିନେଶ କାର୍ତ୍ତିକ(ଓ୍ଵିକେଟ୍ କିପର), ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ୍, ରବି ବିଷ୍ଣୋଇ, ହର୍ଷଲ ପଟେଲ୍, ଅଭେଶ ଖାନ, ଅର୍ଶଦୀପ ସିଂହ, ଉମରାନ ମଲିକ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.