ପୁରୀ ୧୧।୦୮: ମହାପ୍ରଭୁଙ୍କ ଗୁପ୍ତ ନୀତି । ପାଞ୍ଚ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ । ବୁଧବାର ଶ୍ରୀମନ୍ଦିରରେ ପାଞ୍ଚ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ବୁଧବାର ମାନେ ଆସନ୍ତକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଏହି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଯେଉଁଥି ପାଇଁ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ବନ୍ଦ ରହିବ ଦର୍ଶନ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଦିଆଯାଇଛି ସୂଚନା।

ଚିତାଲାଗି ନୀତି କଣ ?

ଏହି ଅବସରରେ ଶ୍ରୀଜୀଉଙ୍କ ମସ୍ତକରେ ଲାଗି ହୋଇଥାଏ ରତ୍ନଖଚିତ ସୁବର୍ଣ୍ଣ ଚିତା। ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ମସ୍ତକରୁ ଏହି ଚିତାକୁ ସୁରକ୍ଷା ଦୃଷ୍ଟିରୁ ବାହାର କରାଯାଇଥିଲା। ଦଇତାପତି ସେବକମାନେ ଭଣ୍ତାରମେକାପ ଓ ପାଟରା ବିଷୋୟୀ ସେବାୟତଙ୍କ ସହାୟତାରେ ଏହି ଚିତାକୁ ପୁଣି ଲାଗି କରାଯାଏ। ଶ୍ରୀମନ୍ଦିରରେ ପାଳିତ ଅନେକ ପର୍ବ ଓ ଉତ୍ସବ ପାଳନ ହେଉଥିବା ବେଳେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି । ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥାନ୍ତି। ଏହାପରେ ଶ୍ରୀଜିଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ। ଏହି ଦିନ ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିରକୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତା ମାନେ ରତ୍ନସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତାଲାଗି କାର୍ଯ୍ୟ କରିଥାନ୍ତି । ତିନୋଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ହୋଇଥାଏ ।
Also Read:-ରାଜଧାନୀରେ ପୁଣି ଜବରଦଖଲ ଉଚ୍ଛେଦ, ଉତ୍ତେଜନା ପାଇଁ ୫ ପ୍ଲାଟୁନ ଫୋର୍ସ ମୁତୟନ