ରାଜ୍ୟରେ ବଢିବ ଗ୍ରୀଷ୍ମପ୍ରବାହ, ୪୩ ଡିଗ୍ରୀ ଛୁଇଁପାରେ ପାରଦ

Published By : Prameya-News7 Bureau | May 08, 2025 IST

ଭୁବନେଶ୍ୱର ୦୮।୦୫ : ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବ। ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। 

ଶନିବାର ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ରବିବାର (୧୧ ତାରିଖ) ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ହେବ। ୧୨ ତାରିଖ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ। ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ଗ୍ରୀଷ୍ମଲହରି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ରାଜ୍ୟକୁ ଧୀରେ ଧୀରେ ତାତି ଫେରୁଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୨ରୁ ୩ ଡିଗ୍ରୀ ବଢ଼ିଛି । ଆଜି ଦିନ ସାଢ଼େ ୧୧ଟା ବେଳକୁ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮ ଡିଗ୍ରୀ ରେକର୍ଡ ହୋଇଥିଲା । ପରେ ଏହା ୪୦.୪ ଡିଗ୍ରୀକୁ ବଢ଼ିଥିଲା । ସାଢ଼େ ୧୧ଟାରେ ସମ୍ବଲପୁରରେ ୩୭.୬ ଡିଗ୍ରୀ ଥିବାବେଳେ ପରେ ଏହା ବଢ଼ି ୪୧ ଡିଗ୍ରୀରେ ପହଞ୍ଚିଥିଲା । ହୀରାକୁଦରେ ୩୬.୬ଡିଗ୍ରୀ ଓ ରାଉରକେଲାରେ ୩୫.୨ ଥିବା ବେଳେ ପରେ ଏହା ୩୯.୬ ଓ ୩୮.୨ କୁ ବଢ଼ିଥିଲା। ସମ୍ବଲପୁରରେ ଦିନ ତାପମାତ୍ରା ସର୍ବାଧିକ ରେକର୍ଡ ହୋଇଥିଲା। ବଲାଙ୍ଗିରରେ ୪୦.୮ ଡିଗ୍ରୀ ରହିଥିଲା ।

 

  • Weather
  • Weather Forecast
  • Weather update
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.