ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଉତ୍ତେଜନା, ଡାକ୍ତରଙ୍କୁ ମାଡ ମାରିଲେ ମୃତକଙ୍କ ସଂପର୍କୀୟ
18/02/2020 at 11:28 AM

ବ୍ରହ୍ମପୁର ୧୮।୨: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ଥିବା ଗୁରୁ ଦେବ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି । ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ରାତି ତମାମ ହସ୍ପିଟାଲ ପରିସରରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିବାବେଳେ ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କୁ ମୃତକଙ୍କ ସମ୍ପର୍କୀୟମାନେ ନିସ୍ତୁକ ମାଡ ମାରିଥିବା ଜଣାପଡିଛି ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ହସ୍ପିଟାଲର ମାଲିକ ଓ ଡାକ୍ତର ପ୍ରଭାତ ପାଣିଗ୍ରାହୀଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଥାନାରେ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡିଛି।
Related Posts
ଜଗତସିଂହପୁର ପୋଲିସର ମାରାଥନ ଚଢାଉ, ଗିରଫ ହେଲେ ୭ ଡକାୟତ
6 February 2023