ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟ ମନ୍ତ୍ରିମଣ୍ଡଳ (କ୍ୟାବିନେଟ)ର ୪୪ତମ  ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ  ହୋଇଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେl

ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ସୂଚନା ଅନୁସାରେ, ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି ।