ଭଞ୍ଜନଗର ୧: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସନ ବାଣିଆପଲ୍ଲୀ ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତା ହାତୀ ମୃତ୍ୟୁ ହୋଇଥି ଶନିବାର ସକାଳେ ଜଣାପଡିଛି । ହାତୀ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ । ଖବର ପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର  ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଅପରାହ୍ନରେ ଜେଟିଏଫ ଟିମ୍ ଭୁବନେଶରରୁ ଆସି ପହଞ୍ଚିବା ପରେ ହାତୀର ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି । ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଡିଏଫଓ ହିମାଂଶୁ ଶେଖର ମହାନ୍ତି କହିଛନ୍ତି