Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ପ୍ରତିଶୃତି ପୂରଣ କଲେ ମୁଖ୍ୟମନ୍ତ୍ରୀ; ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

11/02/2023 at 8:43 PM

ଭୁବନେଶ୍ୱର ୧୧/୦୨: ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରାଯାଇଛି। ସେହି ଡାକ୍ତରଖାନାକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଉନ୍ନିତ କରିବାରୁ ଅଞ୍ଚଳବାସୀମାନେ ବହୁ ଦିନରୁ ଦାବି କରିଆସୁଥିଲେ। ତାହା ଆଜି ପୂରଣ ହୋଇଛି ବୋଲି ସ୍ଥାନୀୟ ବାସିନ୍ଦା ଖୁସି ବ୍ୟକ୍ତ କରି କହିଛନ୍ତି।

ଖବର ଅନୁସାରେ, ଗତ ଉପନିର୍ବାଚନ ବେଳେ ପାଇକମାଳର ସାଧାରଣ ଜନତା  ମୁଖ୍ୟମନ୍ତ୍ରୀ  ନବୀନ  ପଟ୍ଟନାୟକଙ୍କୁ  ଭେଟି  ପାଇକମାଳରେ ଗୋଷ୍ଠୀ  ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବି କରିଥିଲେ। ଏହାଶୁଣି ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ପୂରଣ କରିବାକୁ ପ୍ରତିଶୃତି ଦେଇଥିଲେ। ଏହାପରେ ସେ ସ୍ୱାସ୍ଥ୍ୟ ବିଭାଗକୁ ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏହାଦ୍ୱାର ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ସୁଦୃଢ଼ ହେବା ସହ ଲୋକମାନଙ୍କୁ  ଅଧିକ ଉନ୍ନତ ସ୍ୱାସ୍ଥ୍ୟ ସେବା ମିଳିପାରିବ। ସେଠାରେ ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ ହେବେ। ପାଇକମାଳର ଜନସାଧାରଣ ସେହି  ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଦୀର୍ଘ ଦିନଧରି ଦାବି କରୁଥିଲେ। ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ କମ୍ୟୁନିଟି ହେଲଥ୍‌ ସେଣ୍ଟରରେ ପରିବର୍ତ୍ତନ କରିଥିବାରୁ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।  

   Related Posts