suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼, ଛାତିରେ ବାଜିଛି ଗୁଳି
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଜାମୁକୋଳି ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରକ୍ଷଣା ବେକ୍ଷଣ ବୁଝିବା ସହ ବାଛୁରୀର ନାମ ରଖିଲେ କ୍ରିଷ୍ଣା

21/01/2023 at 11:10 PM

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ  ଅନୁଧ୍ୟାନ କରିଛନ୍ତି। ଗାଈ ମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଗାଈ ମାନଙ୍କ ପାଇଁ ଥିବା ବିଭିନ୍ନ ବ୍ୟବସ୍ଥା, ଦିଆ ଯାଉଥିବା ଗୋ ଖାଦ୍ୟ ସବୁ ବୁଲି ଦେଖିବା ସହ କିଛି  ଗାଈ ମାନଙ୍କୁ ଫଳ ଓ  ପନିପରିବା  ମଧ୍ୟ ଖାଇବାକୁ ଦେଇଥିଲେ।

ଏକ ନବ ଜନ୍ମିତ ବାଛୁରୀକୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ କଣ ବୋଲି ପଚାରି ଥିଲେ। ତାହାର ନାମ ଦିଆ ଯାଇ ନାହିଁ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ରଖିଥଲେ କ୍ରିଷ୍ଣା। ସୂଚନାଯୋଗ୍ୟ, ଜାମୁକୋଳି ଠାରେ ୨୦୧୮ ମସିହାରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୫.୫ ଏକର ପରିମିତ ଜମିରେ ଏକ ଗୋଶାଳା ସ୍ଥାପନ କରା ଯାଇଛି। ଏହାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି। ଏଥିରେ ବର୍ତ୍ତମାନ ୯୦୬ ଟି ଗାଈ ଗୋରୁ ଅଛନ୍ତି। ସହରର ବୁଲା ଗାଈ ଗୋରୁ ମାନଙ୍କୁ ମୁଖ୍ୟତଃ ଏଠାରେ ରଖାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଭି କେ  ପାଣ୍ଡିଆନ ମଧ୍ୟ ଗୋଶାଳା  ପରିଦର୍ଶନ  କରିଥିଲେ। ଭୁବନେଶ୍ୱର ମହାନଗର ନିଗମ ମେୟର, ଉତ୍ତର ବିଧାୟକ, ପୂର୍ବତନ ବିଧାୟକ, ମହାନଗର ନିଗମ କମିସନର ପ୍ରମୁଖ ଉପସ୍ଥିତ ଥିଲେ।

   Related Posts