LIVE TV

ବିଧାନସଭା ଶୀତ ଅଧିବେଶନ, ଶୁକ୍ରବାର ଆସିବ ଅତିରିକ୍ତ ବଜେଟ

NEWS7
the-couple-died-on-the-spot-in-the-accident-in-khordha

ଭୁବନେଶ୍ୱର ୨୭।୧୧ : ଗୁରୁବାରଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି । ତେବେ ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । 

ତେବେ ପ୍ରଥମ ଦିନରେ ରାଷ୍ଟ୍ରପତି ବିଧାନସଭାରେ ଅଭିଭାଷଣ ରଖିବେ। ଶୀତ ଅଧିବେଶନର ଦ୍ଵିତୀୟ ଦିନରେ ମାନେ ଶୁକ୍ରବାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡିସେମ୍ବର ୪ରୁ ବିଭିନ୍ନ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ। ଏହାଆଗରୁ ୩ ଦଳ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି । ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରକୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ ସମସ୍ତ ପ୍ରଶ୍ନର ଜବାବ୍ ଦେବୁ ବୋଲି କହିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ଧିକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ।