ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା<strong></strong>

Published By : Prameya-News7 Bureau | September 02, 2023 IST

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା। ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି  ହୋଇଛି। ଗଞ୍ଜାମ ସୋରଡା ବ୍ଲକ୍‌ର ୧୭ଟି ଗାଁର ଜମି ସମସ୍ୟାର ସମାଧାନ ସହ ମିଳିବ ପଟ୍ଟା। ସୋରଡାରେ ଅକ୍ଟୋବର ପହିଲାରୁ ପଟ୍ଟା ବଣ୍ଟନ କରାଯିବ ଏବଂ ବର୍ଷ ବର୍ଷର ସମସ୍ୟା ୫ ଦିନରେ ସମାଧାନ ହେବ। ଝାରସୁଗୁଡାରେ ଡିସେମ୍ବର ପହିଲାରୁ ପଟ୍ଟା ବଣ୍ଟନ ଏବଂ ସେପ୍ଟେମ୍ବର  ମଧ୍ୟ  ଭାଗରେ  ବିଭିନ୍ନ  ଅଭିଯୋଗ  ସମାଧାନର ଅଗ୍ରଗତି  ସମୀକ୍ଷା  କରିବେ  ମୁଖ୍ୟମନ୍ତ୍ରୀ।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା – ଏହି ୫ଟି ଗାଁରେ  ପଟ୍ଟା ବଣ୍ଟନ ଆରମ୍ଭ ହେବ ।

wp:heading {"level":4}

Also read- ହୀରାକୁଦ ବିସ୍ଥାପିତଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ, ଝାରସୁଗୁଡାର ୨ ହଜାର ପରିବାରକୁ ମିଳିବ ଘର ଡିହ

/wp:heading

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି ।

Families displaced due to Hirakud Dam project to get homestead land: Odisha  CM

ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ  ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

wp:heading {"level":4}

Also read- ହୀରାକୁଦ ନଦୀବନ୍ଧର ୬୬ତମ ଜନ୍ମଦିନ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ବିସ୍ଥାପିତ

/wp:heading

ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି  ସମସ୍ୟା ର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର   ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।

5T ସଚିବ  ଶ୍ରୀ  ଭି  କେ  ପାଣ୍ଡିଆନ୍ ଙ୍କ  ଜିଲା ଗସ୍ତ  ସମୟରେ  ମିଳିଥିବା ଲୋକଙ୍କ  ବିଭିନ୍ନ  ଅଭିଯୋଗର ସମାଧାନ    ନିମନ୍ତେ  ସମୟ ବଦ୍ଧ   ପଦକ୍ଷେପ ନେବା  ପାଇଁ  ମୁଖ୍ୟମନ୍ତ୍ରୀ  ବିଭିନ୍ନ  ବିଭାଗ ତଥା  ଜିଲ୍ଲାପାଳ  ମାନଙ୍କୁ  ନିର୍ଦ୍ଦେଶ  ଦେଇଛନ୍ତି। ଚଳିତ  ସେପ୍ଟେମ୍ବର  ମଧ୍ୟ  ଭାଗରେ  ମୁଖମନ୍ତ୍ରୀ  ଏହାର  ଅଗ୍ରଗତି  ସମ୍ପର୍କରେ ସମୀକ୍ଷା  କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.