ପୁରୀ ୨୬।୧୦ :  ଶ୍ରୀମନ୍ଦିରରେ ଆଜି ପାଳିତ ହେଉଛି ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି କାନ୍ତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି। ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତ ଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ।

ସେହିପରି ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ‌ ବ୍ରତ ପାଳନ‌ କରିବା ଆରମ୍ଭ କରିଛନ୍ତି। ଏକ ମାସ ଧରି ଚାଲିବାକୁ ଥିବା ଏହି ବ୍ରତରେ ହବିଷ୍ୟାଳୀମାନେ ଚଉଁରା ମୂଳେ ରାଧାଦାମଦର ପୂଜା କରିବା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି। ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ଥିବାରୁ ହବିଷ୍ୟାଳି ମାନଙ୍କ ଭିଡ ଜମିଛି ପୁରୀରେ। ରାଜ୍ଯ ସରକାରଙ୍କ ପକ୍ଷରୁ ୨୪୦୦ ବ୍ରତ ଧାରିଣୀଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏଥିସହ ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ସେବା ଓ ଶ୍ରୀଜୀଉଙ୍କ ଦର୍ଶନ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଇଛି। ଅନ୍ୟପଟେ ପୁରୀରେ ଥିବା ବିଭିନ୍ନ ମଠବାଡ଼ି, ଧର୍ମଶାଳାରେ ମଧ୍ୟ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଜମିଛି।

Watch Video:-