ଆଇଏମଏସ ଓ ସମ୍ ହସ୍ପିଟାଲର ନୂଆ ଡିନ୍‌ ହେବେ ପ୍ରଫେସର ଡାକ୍ତର ସଂଘମିତ୍ରା ମିଶ୍ର

Published By : Prameya-News7 Bureau | May 31, 2022 IST

ଭୁବନେଶ୍ୱର ୩୧/୦୫ : ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲର ନୂତନ ଡିନ ହେବେ ପ୍ରଫେସର ଡାକ୍ତର ସଂଘମିତ୍ରା ମିଶ୍ର। ପ୍ରଫେସର ମିଶ୍ର ବୁଧବାର ଦିନ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ସମ୍ ହସ୍ପିଟାଲର କ୍ରିଟିକାଲ କେୟାର ମେଡିସିନ ବିଭାଗର ପ୍ରଫେସର ଓ ମୁଖ୍ୟ ଭାବେ କାର୍ଯ୍ୟରତ ପ୍ରଫେସର ଡାକ୍ତର ମିଶ୍ର ବର୍ତ୍ତମାନ ଡିନ୍‌ ଥିବା ପ୍ରଫେସର ଡାକ୍ତର ଗଙ୍ଗାଧର ସାହୁଙ୍କ ସ୍ଥାନରେ ଯୋଗ ଦେବେ ।

ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ସାହୁ ଆଜି ତାଙ୍କ ଦାୟିତ୍ୱରୁ ଅବସର ନେଇଛନ୍ତି। ସେ ୨୦୧୬ ରୁ ଏହି ମେଡିକାଲ କଲେଜରେ ଡିନ୍‌ ଭାବେ କାର୍ଯ୍ୟ କରୁଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ବୁର୍ଲାସ୍ଥିତ ଭିଏସଏସ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିବା ପରେ ସେ ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲରେ ଯୋଗ ଦେଇଥିଲେ। ଡାକ୍ତରୀ ପେଷା ସହିତ ସାହିତ୍ୟରେ ରୁଚି ରଖୁଥିବା ଛାତ୍ର ବତ୍ସଳ ପ୍ରଫେସର ସାହୁଙ୍କର ଆଇଏମଏସରେ ଯୋଗଦାନ ପରେ ଛାତ୍ର ଏବଂ ଶିକ୍ଷକମାନଙ୍କ ମଧ୍ୟରେ ସମ୍ପର୍କ ଅଧିକ ସୁଦୃଢ଼ ହୋଇଥିଲା। ମଙ୍ଗଳବାର ଆଇଏମଏସ ପରିସରରେ ପ୍ରଫେସର ସାହୁଙ୍କୁ ଏକ ଆବେଗପୂର୍ଣ୍ଣ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.