ଭୁବନେଶ୍ବର ୧୯।୩: ରାଜ୍ୟରେ ୨୩୧୩୮ ଜଣ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ଫେରାଇଲେଣି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୩୧୩୮ ଜଣ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ଫେରାଇଲେଣି । ରାସନ କାର୍ଡ ଫେରାଇଥିବା ପରିବାର ସଂଖ୍ୟା ୮୭୮୪୪ ବୋଲି ମନ୍ତ୍ରୀ କହିଛନ୍ତି ।
ମୋଟ୍ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍ ଦିଆଯାଇଛି । ଏବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ ହିତାଧିକାରୀ ରହିଛନ୍ତି । ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ ଉତ୍ତର ରଖିଛନ୍ତି ।
You Can Read:
ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ମାମଲା : ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର