ଅବକାରୀ ବିଭାଗକୁ ସମ୍ମାନଜନକ “ଡିଜିଟାଲ୍ ଇଣ୍ଡିଆ ସ୍ଵର୍ଣ୍ଣ ପୁରସ୍କାର”, ସମ୍ମାନିତ କଲେ ରାଷ୍ଟ୍ରପତି

Published By : Prameya-News7 Bureau | January 07, 2023 IST

ଭୁବନେଶ୍ଵର: ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ ଏକ ସ୍ଵତନ୍ତ୍ର ସମାରୋହରେ ଆଜି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦି ମୁର୍ମୁ ଅବକାରୀ ବିଭାଗକୁ ଇ-ଅବକାରୀ ପାଇଁ ସମ୍ମାନଜନକ “ଡିଜିଟାଲ୍ ଇଣ୍ଡିଆ ସ୍ଵର୍ଣ୍ଣ ପୁରସ୍କାର”ପ୍ରଦାନ କରିଛନ୍ତି। ଏହି ପୁରସ୍କାରକୁ ଓଡିଶା ସରକାରଙ୍କ ତରଫରୁ ଅବକାରୀ ବିଭାଗର ପୁର୍ବତନ ପ୍ରମୂଖ ଶାସନ ସଚିବ ସୁଶୀଲ କୁମାର ଲୋହାନି,  ଅବକାରୀ ଆୟୁକ୍ତ ଆଶିଷ କୁମାର ସିଂହ, ଅତିରିକ୍ତ ଅବକାରୀ ଆୟୁକ୍ତ ରାମ ଚନ୍ଦ୍ର ପାଲଟା, ଅବକାରୀ ବିଭାଗର ଅତିରିକ୍ତ ସଚିବ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ରାଷ୍ଟ୍ରୀୟ ସୂଚନା ଓ ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ନୀହାର ରଞ୍ଜନ ବିଶ୍ବାଳ ଗ୍ରହଣ କରିଛନ୍ତି।

ପ୍ରକାଶ ଥାଉକି ଯେ, ଓଡିଶା ସରକାରଙ୍କର 5T ସୁତ୍ର ଅନୁସାରେ ଅବକାରୀ ବିଭାଗ ୨୦୧୯-୨୦ରୁ ରାଷ୍ଟ୍ରୀୟ ସୂଚନା ଏବଂ ବିଜ୍ଞାନ କେନ୍ଦ୍ରର ସହାୟତାରେ ୩୦ ରୁ ଅଧିକ ଅନଲାଇନ୍ ପରିମାପକ କାର୍ଯ୍ୟକାରୀ କରାଇ ସ୍ୱଚ୍ଛ, ଅବାଧ, ସ୍ବଳ୍ପ ସମୟ, ନିରବଛିନ୍ନ ଏବଂ ସମୟାନୁବର୍ତ୍ତୀ ସେବା ଦେଇ ଆସୁଅଛି। ଏହା ଅବକାରୀ ଅପରାଧର ସଠିକ୍ ନିରୀକ୍ଷଣ ଏବଂ ଏହାର କାର୍ଯ୍ୟକାରିତାକୁ ମଜବୁତ କରିବା, ଅବୈଧ ତଥା ନକଲି ମଦକୁ ରୋକିବା, ବିଭିନ୍ନ ସ୍ତରରେ ସମୟାନୁବର୍ତ୍ତୀ ସେବା ପ୍ରଦାନ କରିବା, ମଦର ଉତ୍ପାଦନ ଏବଂ ଉତ୍ପାଦନ ନିୟନ୍ତ୍ରଣ ସହିତ ଉପଯୁକ୍ତ ଯୋଗାଣ ଓ ପରିଚାଳନା ଏବଂ ସର୍ବୋପରି ବିଭାଗରେ ସାମୂହିକ ସେବାରେ ସହାୟତା ପ୍ରଦାନ କରି ଆସୁଅଛି।

{"id":730119,"sizeSlug":"full","linkDestination":"none"}

ସୂଚନାଯୋଗ୍ୟ ଗତ ବର୍ଷ ଡିସେମ୍ବର ସୁଦ୍ଧା ୨୯୦୩୮ ଗୋଟି ମୋକଦ୍ଦମା ରୁଜୁ କରାଯାଇଥିବା ବେଳେ ଚଳିତ ବର୍ଷ ୪୫୫୪୧ ଗୋଟି ମୋକଦ୍ଦମା ରୁଜୁ କରାଯାଇ ଅଛି, ଯାହା କି ୫୬% ଅଧିକ। ଗତ ବର୍ଷ ଡିସେମ୍ବର ସୁଦ୍ଧା ଏନ୍.ଡି.ପି.ଏସ୍. ଆଇନ୍ ରେ ୧୩୧୦ ଗୋଟି ମୋକଦ୍ଦମା ରୁଜୁ କରାଯାଇଥିବା ବେଳେ ଚଳିତ ବର୍ଷ ୫୭୫ ଗୋଟି ମୋକଦ୍ଦମା ରୁଜୁ କରାଯାଇ ଅଛି, ଯାହା କି ୧୨୭% ଅଧିକ। ଚଳିତ ବର୍ଷ ଅବକାରୀ ରାଜସ୍ଵ ୬୧୯୭.୫୪  କୋଟି ସଂଗ୍ରହ ହୋଇଥିବା ବେଳେ ଗତ ବର୍ଷ ୫୦୨୩.୯୨ କୋଟି ହୋଇଥିଲାଯାହା କି ୨୩.୩୬% ଅଧିକ।

ଅବକାରୀ ବିଭାଗ ଓଡିଶା ରାଜ୍ୟ ସରକାରଙ୍କର 5T ସୁତ୍ର ଅନୁସାରେ ପ୍ରଯୁକ୍ତି ବିଦ୍ୟା କୁ ପ୍ରାଧାନ୍ୟ ଦେଇ ବିଭାଗରେ ବ୍ୟାପକ ପରିବର୍ତନ କରାଯାଇ ଏହାକୁ ସ୍ୱଚ୍ଛ, କ୍ରୀୟାଶୀଳ ଓ ଉତ୍ତରଦାୟୀ କରାଯାଉ ଅଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.