ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ ପରିମାଣ

Published By : Prameya-News7 Bureau | July 09, 2025 IST

ଭୁବନେଶ୍ୱର, ୦୯/୦୭ : ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ଅଛି। ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାର (୧୦ ତାରିଖ)ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । 

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୨ରେ ଅନେକ ସ୍ଥାନରେ ବର୍ଷା ହୋଇପାରେ, ମାତ୍ର ବଡ଼ ବର୍ଷା ସମ୍ଭାବନା କମ୍‌ । ୧୩ରୁ ପୁଣି ବର୍ଷା ପରିମାଣ ବଢ଼ିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.