scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରଥଯାତ୍ରାରେ ପୁରୀରେ ହେବନି ବର୍ଷା ! ଜୁନ୍ ୨୩ ପରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ

19/06/2023 at 10:15 PM

ଭୁବନେଶ୍ୱର:  ଆରବ ସାଗରରେ ସୃଷ୍ଟି ହୋଇଥିବା ଭୀଷଣ ଘୂର୍ଣ୍ଣିଝଡର ‘ବିପର୍ଯ୍ୟୟ’ ଦୁର୍ବଳ ହୋଇଥିବା ବେଳେ ଉତ୍ତର ପଶ୍ଚିମା ବାୟୁର ବେଗ ଏବଂ ଦିଗରେ ପରିବର୍ତ୍ତନ ଯୋଗୁଁ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ମଙ୍ଗଳବାର ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ସେଦିନ ପୁରୀରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ଡକ୍ଟର ସାହୁ କହିଛନ୍ତି ।

ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶା ଜିଲ୍ଳାଗୁଡ଼ିକରେ ଜୁନ୍ ୨୧ ପର୍ଯ୍ୟନ୍ତ ତାପମାତ୍ରା ୪୦ ରୁ ୪୨ ଡିଗ୍ରୀ ସେଲସିୟସ ରହିପାରେ। ତେବେ ଉପକୂଳ ଅଞ୍ଚଳରେ ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଜୁନ୍ ୨୩ ତାରିଖ ପରେ ସାରା ରାଜ୍ୟରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସରୁ କମ୍ ରହିବ ବୋଲି ସେ କହିଛନ୍ତି ।

Odisha announces five-day school closure due to heatwave condition - The  Hindu

ଡକ୍ଟର ସାହୁ କହିଛନ୍ତି ଯେ ବାତ୍ୟା ‘ବିପର୍ଯ୍ୟୟ’ ଦୁର୍ବଳ ହୋଇ ଅବପାତରେ ପରିଣତ ହେବା ପରେ ରାଜସ୍ଥାନ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏହାର ପ୍ରଭାବ ରହିଥିଲା । ଫଳରେ ଘଣ୍ଟା ପ୍ରତି ୪୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଉତ୍ତପ୍ତ ପବନ ପାକିସ୍ତାନ ଆଡୁ ବଙ୍ଗୋପସାଗର ଆଡକୁ ପ୍ରବାହିତ ହେଉଥିଲା । ଏଥିଯୋଗୁଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅତ୍ୟଧିକ ମାତ୍ରାରେ ରୌଦ୍ର ତାପ ଅନୁଭୂତ ହେଲା ।

ଯଦିଓ କୌଣସି କୌଣସି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିଥିଲା ତଥାପି ଏହା ରୌଦ୍ର ତାପକୁ ପ୍ରତିହତ କରିପାରିଲା ନାହିଁ ବୋଲି ସେ କହିଛନ୍ତି ।  ଜୁନ୍ ୨୩ ତାରିଖରେ ଝାଡଖଣ୍ଡ ତଥା ନିକଟବର୍ତ୍ତୀ ବିହାର ଏବଂ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଏହା ଦକ୍ଷିଣ ମୁହାଁ ହୋଇ ଉତ୍ତର ଓଡ଼ିଶା ଆଡକୁ ପ୍ରବାହିତ ହେବ । ଏହା ସହ ଜୁନ୍ ୨୩ ରୁ ୨୫ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ।

Pre-monsoon rains to hit India from March 16, says Skymet | Mint

ଏହାର ପ୍ରଭାବରେ ଜୁନ୍ ୨୩ କିମ୍ବା ତା’ପରବର୍ତ୍ତୀ ସମୟରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ । ତେବେ ଜୁନ୍ ୨୩ ତାରିଖ ପର୍ଯ୍ୟନ୍ତ ପ୍ରାକ୍ ମୌସୁମୀ କାଳବୈଶାଖୀର ପ୍ରଭାବ ଯୋଗୁଁ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଏବଂ ଉତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Evolution of the Asian Monsoon - Eos

ସେହିପରି  ଜୁନ୍ ୨୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ମାତ୍ରା ବଢ଼ିପାରେ ବୋଲି ଡକ୍ଟର ସାହୁ କହିଛନ୍ତି ।

ମଙ୍ଗଳବାର ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ସେଦିନ ପୁରୀରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ଡକ୍ଟର ସାହୁ କହିଛନ୍ତି । ଏହି ଦିନ ପୁରୀରେ ଦିନର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବା ସମ୍ଭାବନା ଥିବା ବେଳେ ଗୁଳୁଗୁଳି୬୫ ରୁ ୭୫ ପ୍ରତିଶତ ରହିବ ବୋଲି ସେ କହିଛନ୍ତି ।

ଏ ଖବର ପଢନ୍ତୁ- ମୌସୁମୀକୁ ନେଇ ଚିନ୍ତାରେ ଚାଷୀ, ମାଟି ଫାଟି ଆଁ କଲାଣି, ୯୧ ପ୍ରତିଶତ କମ୍ ବର୍ଷା

   Related Posts