scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

17/10/2021 at 10:29 AM

ଭୁବନେଶ୍ୱର ୧୭।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୦୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୭୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୬୧୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts