ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା ; ୩ ମୃତ, ୨ ଗୁରୁତର

Published By : Prameya-News7 Bureau | January 21, 2019 IST

କେନ୍ଦ୍ରାପଡ଼ା ୨୧|୧: କେନ୍ଦ୍ରାପଡ଼ା କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଚାନ୍ଦୋଳ କାକତିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବୋଲେରୋ ସହିତ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଚିକିତ୍ସାଧିନ ଅବସ୍ଥାରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି । ୪ଜଣ ଗୁରୁତର ହୋଇଛନ୍ତି । ଆଜି ଭୋରରୁ ଘନ କୁହୁଡ଼ି ବେଳେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ କେନ୍ଦ୍ରାପଡ଼ା ଜଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଘନ କୁହୁଡ଼ି ଯୋଗୁଁ ଗାଡ଼ି ଦୁଇଟି ପରସ୍ପରକୁ ଦେଖି ନ ପାରିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ବୋଲେରୋରେ ଥିବା ଅନ୍ୟ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଖବରପାଇ ପୋଲିସ, ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ମୃତାହତମାନଙ୍କୁ ଗାଡ଼ି ଭିତରୁ ଉଦ୍ଧାର କରିଥିଲେ। ୩ ଜଣ ଆହତଙ୍କୁ କେନ୍ଦ୍ରାପଡ଼ା ମେଡିକାଲ ସ୍ଥାନାନ୍ତର କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.