ଭୁବନେଶ୍ବରରେ ଖୋଲିବ ୩ ଅଗ୍ନିଶମ ସେବା କେନ୍ଦ୍ର, ନିୟୋଜିତ ହେବେ ୪୫ କର୍ମଚାରୀ

Published By : Prameya-News7 Bureau | April 18, 2023 IST

ଭୁବନେଶ୍ବର ୧୮।୪: ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ଜଣ ଲେଖାଏଁ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.