ବଜ୍ରାଘାତରେ ବିଲରେ ଟଳିପଡିଲେ ୩ ଜଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | July 22, 2022 IST

ଭଦ୍ରକ ୨୨।୭: ଭଦ୍ରକରେ ବଜ୍ରାଘାତରେ ୩ ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ମଧ୍ୟାହ୍ନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା ।  ଧାମନଗର ଥାନା ଅନ୍ତର୍ଗତ ନନ୍ଦିପୁର ଗ୍ରାମର ତିନି ଜଣ  ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ସେହି ଜମିରେ ହିଁ ୩ ଜଣ ଟଳି ପଡ଼ିଥିଲେ । ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ପ୍ରଭାକର ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣ ଅନିରୁଦ୍ଧ ବେହେରା ଓ ପ୍ରଶାନ୍ତ ନାୟକ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.