Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

8/03/2020 at 12:30 PM

ଜଳେଶ୍ବର ୮।୩: ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଖାଳମୁହାଣି ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଯାଇଛି । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ସାନମଇଁଷାଡି ଗ୍ରାମର ଦୁଇ ଜଣ ଯୁବକ ଏକ ମଟରସାଇକେଲ ଯୋଗେ ବାଲିଆପାଳ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ମଟର ସାଇକେଲ ଆରୋହୀଙ୍କ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ଦୁର୍ଘଟଣା ଏତେ ଜୋର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ମୃତ ଯୁବକମାନେ ହେଲେ ସାନମଇଁଷାଡି ଗ୍ରାମର ଶଙ୍କର ପଣ୍ଡିତ ଓ ଗଙ୍ଗାଧର ପାତ୍ର ଏବଂ ଜଳେଶ୍ବର ଥାନା ଅନ୍ତର୍ଗତ ଆରୁହା ଗ୍ରାମର ରାଜେଶ ବେହେରା । ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

   Related Posts