ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ

Published By : Prameya-News7 Bureau | June 03, 2025 IST

ନବରଙ୍ଗପୁର ୦୩।୦୬ : ନବରଙ୍ଗପୁର ପଡ଼ାଲଗୁଡ଼ା ଗାଁରେ ଅଘଟଣ । ପାଇଖାନା ଟାଙ୍କି ସଫା ବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଛି ।

ଖବର ଅନୁଯାୟୀ, ପଡ଼ାଲଗୁଡ଼ା ଗାଁରେ ପାଇଖାନା ଟାଙ୍କି ସଫା କରୁଥିଲେ ଶ୍ରମିକ । ଏହି ସମୟରେ ହଠାତ୍‌ ଶ୍ୱାସରୁଦ୍ଧ ହୋଇ କିଛି ଶ୍ରମିକ ଗୁରୁତର ହୋଇଥିଲେ । ଏହାପରେ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତିନି ଜଣଙ୍କୁ ମୃତ୍ୟୁ ଘୋଷଣା କରିଥିବା ବେଳେ ବାକି ଜଣେ ଗୁରୁତରଙ୍କ ଚିକିତ୍ସା ଜାରି ରହିଥିଲା । ହେଲେ ପରବର୍ତ୍ତୀ ସମୟରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ପାଇଖାନା ଟାଙ୍କିରେ ସର୍ବମୋଟ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । 


 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.