LIVE TV

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍, ଚାଲିଗଲା ୩ ଆରୋହୀଙ୍କ ଜୀବନ

NEWS7
break

ବାଲିଗୁଡ଼ା ୦୪।୧୦ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ପାଇନବଣ ନିକଟରେ ଭୟଙ୍କର ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍‌ । ଯାହାଫଳରେ ତିନି ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳର ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଶୁକ୍ରବାର ଦାରିଙ୍ଗବାଡ଼ି ପଟୁ ଏକ ବାଇକ୍‌ରେ ୩ ଯୁବକ କଫି ବଗିଚା ରାସ୍ତା ଦେଇ ବ୍ରାହ୍ମଣୀ ଗାଁ ପଟେ ଯାଉଥିଲେ । ହେଲେ ଡୁଲୁରୀ ପାଇନବଣ ପୂର୍ବରୁ ଏକ ବୁଲାଣି ରାସ୍ତାରେ ବାଇକ୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲେ । ଆଉ ପରେ ନାଳ ମଧ୍ୟକୁ ପଡିଯାଇଥିଲା । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ୩ ଗୁରୁତର ଯୁବକଙ୍କୁ ଉଦ୍ଧାର କରିଥିଲେ । ଏହାପରେ ସେମାନଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ  ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି ।  ​​​​​​​