ଭୁବନେଶ୍ବର ୨୧।୬: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା । ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରେ ୩ ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଅଭିଯୁକ୍ତ । ଭରତପୁରର ୨୦ରୁ ୩୦ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଆକ୍ରମଣ କରିଥିବା ଅଭିଯୋଗ । ଆକ୍ରମଣରେ ବିଶୁ, ବାପି, ସଂଗ୍ରାମ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାସ୍ଥଳରେ ଭରତପୁର ଥାନା ଅଧିକାରୀ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି ।
ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ବାଇକ୍ ପାର୍କିଂକୁ ନେଇ ହଣାକଟା
ଗତ ୧୪ ତାରିଖରେ ଭୁବନେଶ୍ୱର ଧଉଳି ଥାନା ଲିଙ୍ଗିପୁର ଛକ ନିକଟରେ ଖଣ୍ଡା ବୁଲିଥିଲା । ଘର ଆଗରେ ବାଇକ୍ କାଢିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା । ଯାହାପରେ ୮ ରୁ ୧୦ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏପିରିକି ଏହି ଗଣ୍ଡଗୋଳରେ କାର୍ର କାଚ ଭାଙ୍ଗିବା ସହ ଥଣ୍ଡା ବୋତଲରେ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା ।
You Can Read:
ବାଇକ୍ ରଖି ଖାଉଥିଲେ ଜଳଖିଆ, ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ