ମଙ୍ଗଳବାରର ରାଶିଫଳ: ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ, ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହେବେ

Published By : Prameya-News7 Bureau | September 05, 2022 IST

ମେଷ – ପୂର୍ବ ସ୍ଥିରୀକୃତ ଯୋଜନାବଦ୍ଧ ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବ । ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

 ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - କର୍ମକ୍ଷେତ୍ରରେ ଫାଇଲ ସମ୍ବନ୍ଧୀୟ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପରିସ୍ଥିତିକୁ  ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ମିଳିବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ । କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

 ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ସମସ୍ୟା ଭିତରେ ଚଳିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଟେନସନ୍ ଲାଗି ରହିବ । ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୩ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଆବଶୟକତା ଅନୁଯାୟୀ ହଠାତ୍ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

 ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ସହଯୋଗ ମିଳିବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ । ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

 ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

 ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

 କର୍ମଜୀବି- ଜଳଯାତ୍ରା ମନା ।

 ବ୍ୟବସାୟୀ- ମଧୁରଭାଷୀ ହେବେ ।

 ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ଧର୍ମାୟ ଭାବନା , ବନ୍ଧୁମିଳନରୁ  ଖୁସି ରହିବେ । ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ୟୋଗା କରନ୍ତୁ ।

 ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ପାରିବାରିକ, ପରିବହନ କ୍ଷେତ୍ରରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବେ । ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

 ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

 କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ  - ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

 ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

 ରୋଗୀ- ଚକ୍ଷୁ ପୀଡା ହେବ ।

 ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

 କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ଧାର୍ମିକ ହେବେ ।

ମୀନ - ଗାଡି ମୋଟର ଚଳାଇବା ସମୟରେ ଅନ୍ୟମନସ୍କ ଅସୁବିଧାର କାରଣ ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.