୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | March 24, 2020 IST

ଭୁବନେଶ୍ବର ୨୪।୩: ରାଜ୍ୟରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

୭ଟି ଜିଲ୍ଲା ହେଉଛି ବାଲେଶ୍ବର, ଢେଙ୍କାନାଳ, କଟକ, କୋରାପୁଟ, ରାୟଗଡା, ଭଦ୍ରକ ଏବଂ ନୟାଗଡ । ଏହିସସବୁ ଜିଲ୍ଲାରେ ଦିନ ୨ଟା ଠାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.