ଭୁବନେଶ୍ବର ୨୭।୩: ଦିନରେ ତତାଇବ, ରାତିରେ ଭିଜାଇବ । ଦୁଇ ଦିନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ । ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଦିନର ତାପମାତ୍ରା ବଢ଼ିବାରେ ଲାଗିଛି । ଏହାରି ଭିତରେ ଝାରସୁଗୁଡ଼ା, ଟିଟିଲାଗଡ଼, ସମ୍ବଲପୁର, ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ଏଥିସହ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୭ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ କୁପାପଥର ବର୍ଷାର ବି ସମ୍ଭାବନା ରହିଛି ।

​​​​​​​

କାଳବୈଶାଖୀକୁ ସାବଧାନ । ୭ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା । ଝଡ଼ବର୍ଷା ବେଳେ ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ ପବନ ।  ଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଏହାର ପ୍ରଭାବରେ  କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ମାଲକାନଗିରି ଭଳି ୨୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି   ୩୦ ରୁ ୫୦ କି.ମି. ଝଟ୍‌କା ପବନର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

Also Read:- ପୂର୍ବତନ ସାଂସଦ ତଥା ଦୁଇ ଥରର ବିଧାୟକ ଡ଼ଃ ନାରାୟଣ ସାହୁଙ୍କ ଦେହାନ୍ତ, ୮୮ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ

ଶନିବାର ଅର୍ଥାତ ୨୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ବାର୍ଣ୍ଣିଂ ୨୯ ଓ ୩୦ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ସେହିଭଳି ମାର୍ଚ୍ଚ ୩୧ରୁ ଏପ୍ରିଲ ୧ ଭିତରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଭଳି ୧୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ଦିଆଯାଇଛି ୟେଲୋ ଓ୍ବାର୍ଣ୍ଣିଂ